Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

    Share on :
    ajab-Image
    Date: Dec 9, 2025    Views: 2625

    ଦେବଗଡ଼ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ବାରକୋଟ ଅଞ୍ଚଳର ଅନୂଲ୍ୟ ନାଥଙ୍କ ଘର ଭିତରେ ବିଳମ୍ବିତ ରାତିରେ ଗ୍ୟାସ୍ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା । ଭାଗ୍ୟବଶତଃ ଏଥିରେ ପରିବାର କୌଣସି କ୍ଷତି ହୋଇନାହିଁ । ଗ୍ୟାସ ସିଲିଣ୍ଡରଟି ଘର ସମ୍ମୁଖ ପୋର୍ଟିକୋରେ ରହିଥିବା ବେଳେ ବିଳମ୍ବିତ ରାତିରେ ନିଆଁ ଲାଗି ଫାଟିଯାଇଛି । ନିଆଁ ଲାଗିବାର କାରଣ ଏପର୍ୟ୍ୟନ୍ତ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ବିଷ୍ପୋରଣରେ ଘର କାନ୍ଥର ପ୍ଳାଷ୍ଟର ଛାଡ଼ି ଯାଇଛି । ଅଗ୍ନିକାଣ୍ଡରେ କାର ଓ ବାଇକ୍ ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook