Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    କମିଲା କମର୍ସିଆଲ ସିଲିଣ୍ଡର ଦର

    Share on :
    ajab-Image
    Date: Apr 1, 2024    Views: 4035

    ନୂଆଦିଲ୍ଲୀ:  କମିଲା କମର୍ସିଆଲ ସିଲିଣ୍ଡର ଦର । ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୩୦.୫୦ ଟଙ୍କା ହ୍ରାସ ହୋଇଛି । ସେହିପରି ୫ କେଜି ଏଫଟିଏଲ ସିଲିଣ୍ଡର ଦର ୭.୫୦ ଟଙ୍କା ହ୍ରାସ କରିଛି ତୈଳ ବିପଣନ କମ୍ପାନୀ । ଆଜି ଠାରୁ ଏହି ଦୁଇ ସିଲିଣ୍ଡରର ନୂଆ ଦର ଲାଗୁ ହୋଇଛି । ଯାହା ସାଧାରଣ ଲୋକଙ୍କ ଆଶ୍ବସ୍ତି ଦେଇଛି ।
    ସରକାରୀ ତୈଳ କମ୍ପାନୀ ଗୁଡିକ ଦେଇଥିବା ସୂଚନା ଅନୁଯାୟୀ, ଆଜିଠାରୁ ଦେଶର ବିଭିନ୍ନ ସହରରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୩୦.୫୦ ଟଙ୍କାକୁ ହ୍ରାସ କରାଯାଇଛି । କେବଳ ୧୯ କିଲୋଗ୍ରାମ ବ୍ୟବସାୟିକ ଖଚଏ ସିଲିଣ୍ଡରରେ ଏହି ଲାଭ ପାଇ ପାରିବେ ଉପଭୋକ୍ତା । ଦିଲ୍ଲୀରେ ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୧୭୬୪.୫୦ ଟଙ୍କା ରହିଛି । ଏହା ପୂର୍ବରୁ ସିଲିଣ୍ଡର ଦର ୧୭୯୫ ଟଙ୍କା ରହିଥିଲା । ସେହିଭଳି କୋଲକାତାରେ ୧,୮୭୯ ଟଙ୍କା, ମୁମ୍ବାଇରେ ୧,୭୧୭.୫୦ ଟଙ୍କା ଓ ଚେନ୍ନାଇରେ ୧,୯୩୦ ଟଙ୍କାକୁ ଖସି ଆସିଛି କମର୍ସିଆଲ ସିଲିଣ୍ଡର ଦର । ଗତ ମାର୍ଚ୍ଚ ୧ ତାରିଖରେ ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୨୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଥିଲା ।
    ଏଥର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଏହି ସିଲିଣ୍ଡରର ମୂଲ୍ୟ ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଏବଂ କୋଲକାତା ସମେତ ଦେଶର ଅନ୍ୟାନ୍ୟ ଛୋଟ ଏବଂ ବଡ ସହରରେ ସମାନ ରହିଛି । ୧୪.୨ କେଜି ଘରୋଇ ଏଲପିଜି ସିଲିଣ୍ଡର ଦର ଦିଲ୍ଲୀରେ ୮୦୩ ଟଙ୍କା, କୋଲକାତାରେ ୮୨୯ ଟଙ୍କା, ମୁମ୍ବାଇରେ ୮୦୨.୫୦ ଟଙ୍କା ଏବଂ ଚେନ୍ନାଇରେ ୮୧୮.୫୦ ଟଙ୍କା ରହିଛି । ଗତ ମାର୍ଚ୍ଚ ୮ରେ କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ ଟଙ୍କା ହ୍ରାସ କରିଥିଲେ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook