Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    Share on :
    ajab-Image
    Date: Apr 3, 2026    Views: 2754

     ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌ ଚର୍ଚ୍ଚରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । 

    ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ବାର୍ତ୍ତା ସମାଜରେ ଲୋକଙ୍କର ଦୁଃଖରୁ ମୁକ୍ତି ଦେବାରେ ସମର୍ପିତ ଥିଲା  । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଗୁଡ୍‍ ଫ୍ରାଇଡେ ଅବସରରେ  ପ୍ରଭୁ ଯୀଶୁଙ୍କ ପ୍ରଦର୍ଶିତ ପ୍ରେମ, କରୁଣା ଓ ତ୍ୟାଗର ପଥରେ ଅଗ୍ରସର ହେବାକୁ ଆହ୍ୱାନ ଦେଇଛନ୍ତି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭ ଶୁକ୍ରବାରର ବାର୍ତ୍ତାକୁ ପାଳନ କରି ଏକ ଆଦର୍ଶ ସମାଜ ଗଠନ ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି  ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook