Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୪୨ ଛୁଇଁଲା ଭୁବନେଶ୍ୱର

    Share on :
    ajab-Image
    Date: Apr 23, 2026    Views: 3097

    ଭୁବନେଶ୍ୱର:  ଆକାଶରୁ ଖସୁଛି ନିଅାଁ ଝୁଲ । ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ ତାତି । ସାଢେ଼ ୧ଟା ସୁଦ୍ଧ ଭୁବନେଶ୍ୱରରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି । ଏୟାରପୋର୍ଟ ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି ।  

    ଅନ୍ୟପକ୍ଷରେ  ଆସନ୍ତା ୪ ଦିନ ଯାଏ ସ୍ଥିତି ବଦଳିବ ନାହିଁ । ବରଂ ବଢ଼ିବ ସୂର୍ୟ୍ୟଦେବଙ୍କ କୋପ ବୋଲି ସତର୍କ କରାଇ ଦେଇଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୫ ଡିଗ୍ରୀ ଡେଇଁପାରେ । ଉପକୂଳ ଓ ଦକ୍ଷିଣ ଓଡ଼ିଶା ବି ବର୍ତ୍ତିବ ନାହିଁ । ବୁଧବାର ଝାରସୁଗୁଡ଼ା ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାପମାତ୍ରା ୪୫ ଡିଗ୍ରୀ ପାଖାପାଖି ଲାଗି ଯାଇଥିଲା । ଢେଙ୍କାନାଳ ଦଶମ ଉତ୍ତପ୍ତ ସହର ଓ ଅନୁଗୁଳ ୧୨ତମ ସ୍ଥାନରେ ରହିଥିଲା । ପାଣିପାଗ ବିଭାଗ ସତର୍କ କରାଇଛି, ଆଗକୁ ବି ଏହି ଅସହ୍ୟ ତାତିରୁ ନିସ୍ତାର ମିଳିବାର ଆଶା କ୍ଷୀଣ । ତାତି ଆହୁରି ବଢ଼ିବ, ଅସମ୍ଭାଳ ହେବ ।
    ଗୁରୁବାର ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଝାରସୁଗୁଡ଼ା, ବଲାଙ୍ଗୀର ଓ ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ପଶ୍ଚିମ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଓ ଗଜପତିରେ ଗୁଳୁଗୁଳି ଅସହ୍ୟ ହେବ ।

    Maximum 500 characters

    ତାଜା ଖବର View all

    Find Us on Facebook