Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜି ହେରା ପଞ୍ଚମୀ

    Share on :
    ajab-Image
    Date: Jul 11, 2024    Views: 3497

    ପୁରୀ: ଆଜି ହେରା ପଞ୍ଚମୀ। ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ୟ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି  ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ। ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ। 

    Maximum 500 characters

    ତାଜା ଖବର View all

    Find Us on Facebook