Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ତହସିଲଦାରଙ୍କୁ ଦଣ୍ଡ : ୫୦ଟି ଗଛ ଲଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    Share on :
    ajab-Image
    Date: May 21, 2022    Views: 3041

    କଟକ: ବେପରୁଆ ଭାବେ ଜବରଦଖଲକାରୀଙ୍କୁ ଜୋରିମାନାରେ ଦଣ୍ଡିତ କରିବା କାକଟପୁର ତହସିଲଦାରଙ୍କୁ ମହଙ୍ଗା ପଡ଼ିଲା। ଏଥିପାଇଁ ତହସିଲଦାରଙ୍କୁ ଦଣ୍ଡ ସ୍ୱରୂପ ୫୦ଟି ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କଟକର ସିଡିଏର ଯେକୌଣସି ସେକ୍ଟରରେ ରାସ୍ତାକଡ଼ରେ ସେ ଗଛ ଲଗାଇବେ। ଏଥିପାଇଁ ସେ ସିଡିଏ କର୍ତ୍ତୃପକ୍ଷଙ୍କ ସହଯୋଗ ନେବେ।  ଏଭଳି ଏକ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥ।
    ଏକ ଜବରଦଖଲ ମାମଲାରେ ଜବରଦଖଲକାରୀ ମିତା ଦାସଙ୍କୁ ଗତବର୍ଷ ସେପ୍ଟେମ୍ବର ୧୫ ତାରିଖରେ କାକଟପୁର ତହସିଲଦାରଙ୍କ କୋର୍ଟରେ ହାଜର ହେବାକୁ ନୋଟିସ୍ କରାଯାଇଥିଲା। ସେ ତହସିଲଦାରଙ୍କ କୋର୍ଟରେ ହାଜର ହୋଇଥିଲେ ମଧ୍ୟ ନୋଟିସର ଜବାବ ଦାଖଲ କରି ପାରି ନଥିଲେ। ତେବେ ତାଙ୍କୁ ଆଉ ସୁଯୋଗ ଦେବା ତ ଦୂରର କଥା ସେହିଦିନ ହିଁ ତହସିଲଦାର ତାଙ୍କୁ ଜୋରିମାନାରେ ଦଣ୍ଡିତ କରିଥିଲେ। ତାଙ୍କ ପକ୍ଷ ନଶୁଣି ଏଭଳି ନିର୍ଦେଶ ଜାରି କରାଯାଇଥିବା ଦର୍ଶାଇ ମିତା ଦାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

    ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ତହସିଲଦାର ବେପରୁଆ ଭାବେ କାର୍ୟ୍ୟ କରିଥିବା କୋର୍ଟ ଅନୁଭବ କରିଥିଲେ।  ଜବରଦଖଲ ମାମଲାର ଶୁଣାଣିରେ ତହସିଲଦାରଙ୍କ ଏଭଳି ଖାମଖିଆଲୀ ମନୋଭାବ ଯୋଗୁ ମୋକଦ୍ଦମା ସଂଖ୍ୟା ବଢୁଛି ବୋଲି କୋର୍ଟ  କହିଥିଲେ। ଏଥିପାଇଁ ସମସ୍ତ ତହସିଲଦାରମାନଙ୍କୁ ତାଗିଦ କରିବାକୁ ରାଜସ୍ୱ ଓ ଆଇନ ସଚିବଙ୍କୁ କୋର୍ଟ  ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସମ୍ପୃକ୍ତ ମାମଲାର ଶୁଣାଣି ପୁନର୍ବାର କରିବାକୁ ତହସିଲଦାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook