Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜଷ୍ଟିସ୍‌ ବି.ପି ରାଉତରାୟ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

    Share on :
    ajab-Image
    Date: Nov 14, 2026    Views: 2942

    କଟକ: ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ବିଭୁପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କ ଅବସର ଗ୍ରହଣ ପରେ ନଭେମ୍ବର ୧୬ରୁ ସେ ଏହି ନୂଆ ଦାୟିତ୍ଵ ନିର୍ବାହ କରିବେ। ଏ ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଜଷ୍ଟିସ୍ ବିଭୁପ୍ରସାଦ ରାଉତରାୟ ୧୯୭୦ ଫେବ୍ରୁଆରି ୧ରେ ଜନ୍ମଗ୍ରହଣ କରିଥିଲେ। ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିବା ପରେ ସିଧାସଳଖ ଜିଲ୍ଲା ଜଜ୍ କ୍ୟାଡରରେ ୨୦୦୮ରେ ନିଯୁକ୍ତି ପାଇଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲା ଦୌରା ଜଜ୍ ଭାବେ କାର୍ଯ୍ୟ କରିବା ପରେ ସେ ରାଜ୍ୟ ଆଇନ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଥିଲେ। ସେ ଗଞ୍ଜାମ ଜିଲ୍ଲା ଦୌରାଜଜ୍ ଭାବେ କାର୍ଯ୍ୟ କରୁଥିବା ବେଳେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ୨୦୧୯ ନଭେମ୍ବର ୮ରେ ସେ ହାଇକୋର୍ଟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook