ମୁଖ୍ୟ ଖବର
ଭୁବନେଶ୍ବର: ଆଇଏଏସ ସ୍ତରରେ ଅଦଳବଦଳ କରାଯାଇଛି। ଆଇଏଏସ୍ ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ବେଦଭୂଷଣ ଧର୍ମଗଡର ଉପଜିଲ୍ଲାପାଳ ଥିଲେ।
୨୦୦୮ ବ୍ୟାଚ ଆଇଏଏସ୍ ୟାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି।ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି। ବରିଷ୍ଠ ଓଏଏସ୍ ଅଫିସର ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସ୍ୱାଇଁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ।
Comments ସମସ୍ତ ମତାମତ