Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଇଇଡି ବିସ୍ଫୋରଣ:ଅତିରିକ୍ତ ଏସପି ସହିଦ

    Share on :
    ajab-Image
    Date: Jun 9, 2025    Views: 3107

    ମାଲକାନଗିରି: ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ । ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା । 

    ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ପରେ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ଏବେ ସେମାନଙ୍କ ଚିକିତ୍ସା ଚାଲିଛି। ପୋଲିସ ଦଳ ପାଟ୍ରୋଲିଂରେ ବାହାରିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook