Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଇଗ୍ନୋରେ ନାମ ଲେଖା ଆରମ୍ଭ

    Share on :
    ajab-Image
    Date: Dec 20, 2025    Views: 3564

    ଭୁବନେଶ୍ୱର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁୟାରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ଆସନ୍ତା ଜାନୁୟାରୀ ୩୧ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ ବୋଲି ସୂଚନା ଦେଇଛନ୍ତି।

    ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷାର ସୁଯୋଗରୁ ବଞ୍ଚିତ ଯେ କୌଣସି ବୟସର ବୟକ୍ତିଙ୍କ ପାଇଁ ଇଗ୍ନୋ ଏହି ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି। ଇଗ୍ନୋର ସମସ୍ତ ବିଭାଗର ଅଣ୍ଡର ଗ୍ରାଜୁଏଟ (ସ୍ନାତକ),ପୋଷ୍ଟ୍ ଗ୍ରାଜୁଏଟ (ସ୍ନାତକୋତ୍ତର), ପିଜି ଡିପ୍ଲୋମା (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗାମର ନାମଲେଖା ସୁବିଧା ରହିଛି।

    ଅଣ୍ଡର ଗ୍ରାଜୁଏଟ (ସ୍ନାତକ) ପ୍ରୋଗାମ ଅନ୍ତର୍ଗତ କଳା (ସାଧାରଣ), ବିଜ୍ଞାନ (ସାଧାରଣ) ଓ ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ଲେଖାଉଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦନକାରୀଙ୍କ ପାଇଁ ନାମଲେଖା ଦେୟ ଓ ପୁନଃପଞ୍ଜୀକରଣ ଦେୟ ବାବଦରେ ୫୦ ପ୍ରତିଶତ ଛାଡ କରାଯାଇଛି। ଯଦି କୌଣସି ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ।

    ଆଗ୍ରହୀ ଛାତ୍ରଛାତ୍ରୀମାନେ ଇଗ୍ନୋ ଓ୍ବେବସାଇଟ www.ignou.ac.in କିମ୍ବା http://ignouadmission.samarth.edu.in ମାଧ୍ୟମରେ ଯୋଗାଯୋଗ କରିପାରିବେ ବୋଲି ଇଗ୍ନୋ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook