Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଆଇପିଏ ବିଜୟରୁ ଅଭିଯାନ ଆରମ୍ଭ କଲା ଚେନ୍ନାଇ ସୁପର କିଙ୍ଗ୍‌ସ

    Share on :
    ajab-Image
    Date: Mar 23, 2024    Views: 4359

    ନୂଆଦିଲ୍ଲୀ:  ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)-୨୦୨୪ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍‌ସର ବିଜୟରୁ ଅଭିଯାନ ଆରମ୍ଭ କରିଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମ୍‌ରେ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ୱିକେଟ୍‌ରେ ପରାସ୍ତ କରିଛି। ଚେନ୍ନାଇ ଟିମ୍‌ ୧୭୪ ରନ୍‌ର ବିଜୟ ଲକ୍ଷ୍ୟକୁ ୧୮.୪ ଓଭରରେ ହାସଲ କରିଛି। ଦଳର ଖେଳାଳିମାନେ ୧୭୬ ରନ୍‌ କରିଥିଲେ।

    ପ୍ରଥମ ପାଳିରେ ବେଙ୍ଗାଲୁରୁ ପାଇଁ ଅନୁଜ ରାୱତ ଓ ଦିନେଶ କାର୍ତ୍ତିକ ଷଷ୍ଠ ୱିକେଟ୍‌ରେ ୯୫ ରନ୍ ଭାଗିଦାରୀ ହୋଇପାରିଥିଲେ। ଚେନ୍ନାଇ ବିପକ୍ଷରେ ବେଙ୍ଗାଲୁରୁ ୬ଟି ୱିକେଟ୍‌ ହରାଇ ୧୭୩ ରନ୍‌ ସଂଗ୍ରହ କରିଥିଲା। ଫଳରେ ଚେନ୍ନାଇକୁ ୧୭୪ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା

    Maximum 500 characters

    ଖେଳ ଖବର View all

    Find Us on Facebook