Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମଧୁମିତାଙ୍କ ସୁଇସାଇଡ ନୋଟ୍‌ ଜବତ

    Share on :
    ajab-Image
    Date: Aug 1, 2024    Views: 3157

    ଭୁବନେଶ୍ୱର: ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲାରେ ଛାନଭିନ ଜାରି ରଖିଛି ଧଉଳି ଥାନା ପୁଲିସ । ମଧୁମିତା ରହୁଥିବା ବାପୁଜୀନଗର ଭଡା ଘରୁ ସୁଇସାଇଡ ନୋଟ୍‌ ଜବତ କରିଛି ପୁଲିସ । ଅଭିଯୁକ୍ତ ଶ୍ରୀଧରଙ୍କୁ ନେଇ ଭଡା ଘରେ ଗୁରୁବାର ପୁଲିସ ଛାନଭିନ୍‌ କରିଛି । ସ୍ୱାମୀଙ୍କ ପରକୀୟା ପ୍ରତି ନେଇ ସନ୍ଦେହ କରି ଆତ୍ମହତ୍ୟା କରିଥିଲେ ସାମ୍ବାଦିକା ମଧୁମିତା ପରିଡା । ଅଭିଯୁକ୍ତ ସ୍ୱାମୀ ଶ୍ରୀଧରଙ୍କୁ ଘଟଣାସ୍ଥଳକୁ ନେଇ ପୁଲିସ ଖୋଳତାଡ କରିବ ବୋଲି ସୂଚନା ମିଳିଛି । ସେପଟେ ମଧୁମିତାଙ୍କ ପରିବାର ଲୋକେ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶ୍ରୀଧର । ସେ ପୂର୍ବରୁ ବିବାହିତ ଏବଂ ତାଙ୍କର ଛାଡପତ୍ର ହୋଇଥିଲା ବୋଲି ମଧୁମିତା ଓ ତାଙ୍କ ପରିବାର ପୂର୍ବରୁ ଜାଣିଥିବା କହିଛନ୍ତି ଶ୍ରୀଧର ।

    ପ୍ରକାଶ ଯେ ଲାଇଭ ଭିଡିଓ କରି ଜୀବନ ହାରିଥିଲେ ସାମ୍ବାଦିକା ମଧୁମିତା ପରିଡା । ବାପୁଜୀନଗର ଟ୍ରେନ୍ ଲାଇନରୁ ଉଦ୍ଧାର ହୋଇଥିଲା ଖଣ୍ଡ ବିଖଣ୍ଡିତ ମୃତଦେହ ।  ମଧୁମିତା ପରିଡା  ଏକ ଓ୍ବେବ ଚ୍ୟାନେଲରେ କାମ କରୁଥିଲେ। ବିବାହ ପରେ ବାପୁଜୀନଗରରେ ଭଡ଼ାରେ ରହୁଥିଲେ । ତେବେ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି  । ତାଙ୍କ ସ୍ବାମୀଙ୍କର ପରକୀୟା ପ୍ରୀତି ଥିଲା ବୋଲି ଅଭିଯୋଗ କରିଛନ୍ତି ମଧୁମିତା । ସ୍ବାମୀ ତାଙ୍କୁ ଧୋକା ଦେବା ସହ  ଦୀର୍ଘଦିନ ହେଲା ନିର୍ୟାତନା ଦେଉଥିଲେ । ଶେଷରେ ସହିନପାରି ସେ ଜୀବନ ହାରିଥିବା ଅଭିଯୋଗ ହୋଇଛି । ଜୀବନ ହାରିବା ପୂର୍ବରୁ ତାଙ୍କ ସହ ଘଟିଥିବା ଘଟଣା ସମ୍ପର୍କରେ ଭିଡିଓରେ କହିଛନ୍ତି ମଧୁମିତା । ଯାହାକି ଏବେ ଭାଇରାଲ ହେଉଛି । ଆତ୍ମହତ୍ୟା ପୂର୍ବରୁ ସେ ନିଜ ମା’ ଓ ପରିବାରକୁ କ୍ଷମା ମାଗିଛନ୍ତି । ଭିଡିଓ କରିବା ପରେ ଟ୍ରେନ ଆଗକୁ ଡେଇଁ ସାମ୍ବାଦିକା ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ମଧୁମିତାଙ୍କ ଘର ହୋଇଥିବା ବେଳେ, ଗଞ୍ଜାମ ଜିଲ୍ଲା ତରଡ଼ାରେ ସେ ବିବାହ କରିଥିଲେ । ତେବେ ମଧୁମିତାଙ୍କୁ ବିବାହ ପୂର୍ବରୁ ତାଙ୍କ ସ୍ବାମୀ ଅନ୍ୟ ଜଣେ ଯୁବତୀଙ୍କ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀକୁ ଛାଡପତ୍ର ଦେବା ପରେ ମଧଚମିତାଙ୍କୁ ଦ୍ବିତୀୟ ବିବାହ କରିଥିଲେ ତାଙ୍କ ସ୍ବାମୀ। 

    Maximum 500 characters

    ତାଜା ଖବର View all

    Find Us on Facebook