Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଜମିଜମା ଇ-ରେଜିଷ୍ଟ୍ରେସନ୍ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ

    Share on :
    ajab-Image
    Date: May 26, 2023    Views: 2966

    କଟକ: ଜମିଜମା ଇ-ରେଜିଷ୍ଟ୍ରେସନ୍ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ । ଭିଡ଼ ସମସ୍ୟା ଦୂର କରିବା ଲାଗି ଏବେ ଅନ୍ ଲାଇନ୍ ସ୍ଲଟ୍‌ ବୁକିଂ କରିବାକୁ ପଡ଼ିବ । ସ୍ଲଟ୍ ବୁକିଂ ସମୟରେ ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜୀକରଣ ହେବ । ଏନେଇ ଆଇଜିଆର ପକ୍ଷରୁ ଘୋଷଣା କରାଯାଇଛି ।ଆଇଜିଆରଙ୍କ ଘୋଷଣା ଅନୁସାରେ ଏଣିକି ଜମି କିଣାବିକା ବା ଯେକୌଣସି ସେଲ୍ ଡିଡ୍ ବା ପଞ୍ଜୀକରଣ ପାଇଁ ସବ୍ ରେଜିଷ୍ଟ୍ରାର ଅଫିସରେ ଭିଡ଼ ଲଗାଇବାର ଆବଶ୍ୟକତା ରହିବ ନାହିଁ । ଜମି କିଣାବିକା ପାଇଁ ଅନଲାଇନରେ ଆଗୁଆ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ । ସ୍ଲଟରେ ମିଳିଥିବା ସମୟ ଅନୁସାରେ ଜମି ପଞ୍ଜୀକରଣ ହେବ । ଯଦି ଅନଲାଇନରେ ପୂର୍ବରୁ ପଞ୍ଜୀକରଣ କରି ସ୍ଲଟ୍ ନେଇ ନଥିବେ ତେବେ ଜମି କିଣିବା ପାଇଁ ଅନୁମତି ମିଳିବ ନାହିଁ । ବିଶେଷ କ୍ଷେତ୍ରରେ ଅନଲାଇନରେ ପଞ୍ଜୀକରଣ କରାଇ ତତ୍କାଳ ସ୍ଲଟ୍‌ ଦିଆଯିବାର ବ୍ୟବସ୍ଥା ମଧ୍ୟ ରହିବ । ଏଭଳି ନିୟମ କାର୍ୟ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ ହେବାକୁ ଯାଉଛି ।

    ଜଣେ ବ୍ୟକ୍ତି ବିଶ୍ୱର ଯେକୌଣସି ସ୍ଥାନରେ ଥିଲେ ବି ତା’ର ଜମିଜମା କିଣାବିକା ପଞ୍ଜୀକରଣ ପାଇଁ ଅନଲାଇନରେ ଆବେଦନ କରିପାରିବେ । ଅନଲାଇନରେ ପଞ୍ଜୀକରଣ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଅଧିକାରୀମାନେ କାଗଜପତ୍ର ଯାଞ୍ଚ କରିବାକୁ ପର୍ୟ୍ୟାପ୍ତ ସମୟ ପାଇବେ । ଫଳରେ ଜାଲିଆତି କରି ଜମି କିଣାବିକା ଉପରେ ମଧ୍ୟ ଅଙ୍କୁଶ ଲାଗିପାରିବ । ଏବେ ରାଜ୍ୟର ୨୦୫ଟି ସବ୍ ରେଜିଷ୍ଟ୍ରେସନ୍ କେନ୍ଦ୍ରରେ ଅନଲାଇନ୍ ସ୍ଲଟ୍‌ ବୁକିଂ କରାଯାଉଛି । 

    Maximum 500 characters

    ତାଜା ଖବର View all

    Find Us on Facebook