Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଲିଙ୍ଗରାଜ ମନ୍ଦିର ଅଞ୍ଚଳ ରେଡ୍ ଜୋନ୍ ଘୋଷଣା

    Share on :
    ajab-Image
    Date: Feb 15, 2026    Views: 3098

     ଆଜି ଜାଗର। ଦେବାଧି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ। ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି  ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ ।  ସଜେଇ ହୋଇଛି ରାଜ୍ୟ ତଥା ଦେଶର ତମାମ ଶିବ ମନ୍ଦିର ।  ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି। ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ବରଙ୍କ ପୀଠରେ ମଧ୍ୟ ଭକ୍ତଙ୍କ ଭିଡ଼ ଜମିଛି ।  କେତକୀ ଫୁଲରେ ସଜେଇ ହୋଇ ବଡ଼ସିଂହାର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର ।  

    ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର କପିଳାସ, ଆରଡ଼ିର  ଆଖଣ୍ଡଳମଣି, କୋରାପୁଟର ଗୁପ୍ତେଶ୍ବର ପୀଠ ସମେତ ରାଜ୍ୟର ସମସ୍ତ ଶୈବପୀଠରେ ମହାଶିବରାତ୍ରୀ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି । ସେପଟେ ଆଜି ମହାଶିବରାତ୍ରି ଉପଲକ୍ଷେ ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁ ମାନଙ୍କ ଗହଳିଚହଳି ଲାଗିରହିଛି । ଏହି ଅବସରରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି ହୋଇଛି । ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିପାରିବନି ଡ୍ରୋନ୍ । ଏହି କଟକଣା ଲଗାଇଛି କମିଶନରେଟ୍ ପୁଲିସ । ଲିଙ୍ଗରାଜ ମନ୍ଦିର ଅଞ୍ଚଳକୁ ରେଡ୍ ଜୋନ୍ ଭାବେ ଘୋଷଣା କରାଯାଇଛି ।  ମନ୍ଦିର ଚାରିପଟେ ବିନା ଅନୁମତିରେ ଡ୍ରୋନ୍ କିମ୍ବା ଅନ୍ୟ କୌଣସି ମାନବବିହୀନ ଏରିଏଲ୍ ଡିଭାଇସ୍ ଉଡାଇବା ନିଷେଧ କରାଯାଇଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook