ମୁଖ୍ୟ ଖବର
ଭୁବନେଶ୍ୱର : ବଙ୍ଗୋପସାଗର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ବଳ ଗୋଟାଇ ଘନୀଭୂତ ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅବପାତ ରୂପ ନେଇପାରେ । ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ କିଛି କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୨୭ ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା ସମ୍ଭାବନା ଅଛି । ଏହି ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୨୯ରୁ ବର୍ଷା କମିପାରେ । ତା’ପରେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।
Comments ସମସ୍ତ ମତାମତ