Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି

    Share on :
    ajab-Image
    Date: Feb 22, 2026    Views: 3154

    ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି 

    ଭୁବନେଶ୍ୱର,: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ଦୁଇ ଦିନ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

    କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। କାଲି ପାଇଁ ୮ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

    ସେହିପରି ୨୪ ତାରିଖ ପାଇଁ ଯାଜପୁର, କଟକ ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ତାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ୟ୍ୟନ୍ତ ବୃଦ୍ଧି ହୋଇପାରେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook