Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

    Share on :
    ajab-Image
    Date: Jul 15, 2026    Views: 2825

    ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ 2 ଦିନରେ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାସହ ଏହି ଦୁଇଦିନ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ମଧ୍ୟ ଦେଇ ଅଗ୍ରସର ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।
    ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ଓ ଅତ୍ୟଧିକ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାର କରିଛି । ଆଜି ଜଗତସିଂହପୁରରେ ଭୀଷଣ ବର୍ଷା ନେଇ ରେଡ୍‌ ଆଲର୍ଟ ଥିବା ବେଳେ କନ୍ଧମାଳ, ନୟାଗଡ, ଖୋରଧା, କଟକ, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ଆସନ୍ତାକାଲି ରଥଯାତ୍ରାରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୧୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ଓଡିଶା ଉପକୂଳରେ ମେଘୁଆ ପାଗ ସହ ୪୫ରୁ ୫୦ କିମି ପବନ ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଆଶାନ୍ତା ରହିବ । ୧୮ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
    ସେପଟେ ଜୁନ ୧ରୁ ଏଯାବତ ୩୫୪.୭ ମିମି ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ରହିଛି ୩୪୫.୫ । ରାଜ୍ୟରେ ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ ବର୍ଷା ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡା ରାଜନଗରରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଛି ।

    Maximum 500 characters

    ଘରକରଣ View all

    Find Us on Facebook