Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଘୂର୍ଣ୍ଣିବଳୟ ସକ୍ରିୟ

    Share on :
    ajab-Image
    Date: Jul 22, 2026    Views: 3028

    ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌ (ମୌସୁମୀ ରେଖା) ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା ରହିଛି। ତେବେ ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିବାବେଳେ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି। ବୁଧବାର ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ନେଇ ଓ୍ବାର୍ନିଂ ଦିଆଯାଇଛି।

    ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରାଜ୍ୟରେ ଏ ପର୍ଯ୍ୟନ୍ତ ସ୍ବାଭାବିକ ବର୍ଷାଠାରୁ ୧୩ ପ୍ରତିଶତ ଅଧିକ ବର୍ଷା ହୋଇଛି। ମଙ୍ଗଳବାର କିଛି ଜିଲାକୁ ଛାଡ଼ିଦେଲେ ରାଜ୍ୟର ବାକି ଜିଲାଗୁଡିକରେ ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଏବଂ ନୂଆପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ଗଞ୍ଜାମ, ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।

    Maximum 500 characters

    ତାଜା ଖବର View all

    Find Us on Facebook