Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମକର ସଂକ୍ରାନ୍ତି :ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jan 14, 2022    Views: 3238

    ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ ।

    ସେହିପରି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

    Maximum 500 characters

    ତାଜା ଖବର View all

    Find Us on Facebook