ମୁଖ୍ୟ ଖବର
ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି ।
ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି।
ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଥାଏ ।
Comments ସମସ୍ତ ମତାମତ