Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଶେଷ

ମୁଖ୍ୟ ଖବର

    କିପରି ପ୍ରସ୍ତୁତ ହୁଏ ମକର ଭୋଗ?

    Share on :
    ajab-Image
    Date: Jan 7, 2023    Views: 3335

    ଭୁବନେଶ୍ୱର: ଆଜି ମକର ସଂକ୍ରାନ୍ତି । ଓଡିଶାରେ ପ୍ରତ୍ୟେକ ଘରେ ମକର ଚାଉଳ ପ୍ରସ୍ତୁତ କରାଯିବା ସହ ପିଠା ପଣାର ଆସର ଜମିଥାଏ । ମକର ଚାଉଳ ବିନା ମକର ସଂକ୍ରାନ୍ତି ଅଧୁରା ।

    ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । ଏହି ଭୋଗ ଖିଆଖେଇ ହୋଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ୟ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ୟ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା’ନ୍ତି ।

    Maximum 500 characters

    ବିଶେଷ View all

    Find Us on Facebook