Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

    Share on :
    ajab-Image
    Date: Jul 9, 2022    Views: 5295

    ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି । ମାନସ ମଙ୍ଗରାଜ ଓ ସୁଲତା ଦେଓ  ଶପଥ ନେଇଥିବାବେଳେ, ପରବର୍ତ୍ତି ସମୟରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ସସ୍ମିତ ପାତ୍ର । ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଭାବେ କାର୍ୟ୍ୟ କରୁଥିଲେ । ପରେ ବିଜେଡି ପକ୍ଷରୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ ହୋଇଥିଲେ । ବିରୋଧୀ କୌଣସି ପ୍ରାର୍ଥୀ ଦେଇନଥିବାରୁ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ।

    Maximum 500 characters

    ରାଜନୀତି View all

    Find Us on Facebook