Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର, ପୁନେରେ ଦିଆଯିବ ତାଲିମ

    Share on :
    ajab-Image
    Date: Jan 21, 2026    Views: 2738

    ଭୁବନେଶ୍ବର: ଆମ ବସ୍‌ ଷ୍ଟିଅରିଂ ଧରିବେ ମହିଳା ଡ୍ରାଇଭର । ମହିଳା ଚଳାଇବେ ଆମ୍ ବସ୍‌ । ଏଥିପାଇଁ ଆସନ୍ତା ଜାନୁଆରୀ ୩୧ ତାରିଖରେ କ୍ରୁଟ୍ ପକ୍ଷରୁ ୨୦ ଜଣ ମହିଳା ଇ-ବସ୍ ଚାଳନା ତାଲିମ ନିମନ୍ତେ ପୁନେ ଯାତ୍ରା କରିବେ। ରାଜ୍ୟରେ ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଓ ସାମ୍ପ୍ରତିକ ପରିସ୍ଥିତିରେ ଜନ ପରିବହନର ବିଶେଷ ଚାହିଦାକୁ ଲକ୍ଷ୍ୟ କରି ମହିଳା ଚାଳକଙ୍କ ଉପରେ ଅଧିକ ଗୁରୁତ୍ଵ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।ମଙ୍ଗଳବାର କ୍ରୁଟ୍ ଆମ ବସ୍ ସେବାକୁ ନେଇ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସଧାରଣତଃ କୌଣସି ଦୁର୍ଘଟଣାର ପ୍ରମୁଖ କାରଣ ମଦ୍ୟପାନ ହୋଇଥାଇପାରେ ବୋଲି ଅନୁମାନ କରାଯାଇଥାଏ। ଏନେଇ ଆମ ବସ୍ ଚାଳନା କରୁଥିବା ସମସ୍ତ ଚାଳକଙ୍କୁ ମଦ୍ୟପାନ ଯାଞ୍ଚ କରିବା ବାଧ୍ୟତାମୂଳକ କରଯାଇଥିଲା। ଶେଷ ଗୋଟିଏ ବର୍ଷରେ ଏକ ଲକ୍ଷ ୯୭ ହଜାର ଥର ମଦ୍ୟପାନ ଯାଞ୍ଚ ହୋଇଛି। ବସ୍ ଟ୍ରୀପ୍ ଆରମ୍ଭ ଓ ଶେଷ ସମୟରେ ଏବଂ ଦିନର ଅତର୍କିତ ଭାବେ ନିୟମିତ ଯାଞ୍ଚ ଜାରି ରହିଛି। ସେ ମଧ୍ୟରୁ ଏକ ବର୍ଷ ମଧ୍ୟରେ ୧୯ ଜଣ ମଦ୍ୟପାନ କରିଥିବାର ଜଣାପଡ଼ିଥିଲେ। ଯେଉଁମାନଙ୍କୁ ପୋଲିସ ଗିରଫ ସହିତ ଆଇନ ଅନୁଯାୟୀ ତିନିମାସ ପାଇଁ ସେମାନଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବାକୁ ନିକଟସ୍ଥ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚାଳକମାନଙ୍କ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯାଇଛି।

    ଭାରତର ପ୍ରଥମ ସରକାରୀ ଜନ ପରିବହନ ସଂସ୍ଥା ଭାବେ କ୍ରୁଟ୍ ଦୁର୍ଘଟଣା ଗ୍ରସ୍ତ ପରିବାରକୁ ତୁରନ୍ତ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରଙ୍କ ଭରଣପୋଷଣ ନିମନ୍ତେ ୪ କୋଟିରୁ ଅଧିକ ଟଙ୍କାର ବୀମା ରାଶି ପ୍ରଦାନ କରିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଖୁବଶୀଘ୍ର କ୍ରୁଟ ଡିପୋ ପରିସରରେ ନିଜର ତାଲିମ୍ ଅନୁଷ୍ଠାନ ନିର୍ମାଣ ହେବ। ଯେଉଁଠି ବ୍ୟବହାରିକ, ଆଚରଣଗତ ପ୍ରଶିକ୍ଷଣ ସହିତ ଟ୍ରାଫିକ ନୀୟମ ଓ ଲେନ୍ ଡ୍ରାଇଭିଂ ଭଳି ଅନେଗୁଡ଼ିଏ ଦିଗରେ ଅଧିକ ଗୁରୁତ୍ଵ ପ୍ରଦାନ କରାଯିବ।ସେଭଳି ମନ୍ତ୍ରୀ ବାରିପଦା, କେନ୍ଦୁଝର, ଅନୁଗୋଳରେ ଆମ ବସ୍ ଚଳାଚଳକୁ ନେଇ ଆରମ୍ଭ ହୋଇଯାଇଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ପ୍ରଦାନ କରିଛନ୍ତି। ଏହି ସମୀକ୍ଷା ବୈଠକରେ କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ ବିଶ୍ଵାଳ, ମହା ପ୍ରବନ୍ଧକ ସହଦେବ ସମଧିଆ, ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ସୁଶ୍ରୀ ପଲ୍ଲବୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook