Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆଜି ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସୱେର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Oct 2, 2023    Views: 3915

    ନୂଆଦିଲ୍ଲୀ: ଆଜି ମଧ୍ୟପ୍ରଦେଶ ଗସ୍ତରେ ଯାଇ ଗ୍ୱାଲିୟରରେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସୱେ ସମେତ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳ ଜୀବନ ମିଶନ ଓ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ଅନେକ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିବେ । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

    ପ୍ରଧାନମନ୍ତ୍ରୀ କାର୍ୟ୍ୟାଳୟ ତରଫରୁ ଜାରି ହୋଇଥିବା ବିବୃତ୍ତିରେ କୁହାଯାଇଛି ଯେ, ଆଜି ମଧ୍ୟପ୍ରଦେଶ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୋଦି। ସେ ଏହି ଗସ୍ତ ସମୟରେ ୧୧,୮୯୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସୱେକୁ ଉଦଘାଟନ କରିବେ । ଏଥିସହ ୧,୮୮୦ କୋଟିରୁ ଅଧିକ ବ୍ୟୟରେ ନିର୍ମିତ ହେବାକୁଥିବା ୫ଟି ସଡକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । 

    ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ନିର୍ମିତ ୨.୨ ଲକ୍ଷରୁ ଅଧିକ ଘରର 'ଗୃହ ପ୍ରବେଶ' ସମାରୋହରେ ସାମିଲ ହେବେ। ଏଥିସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଗୃହର ଉଦଘାଟନ କରିବେ। ଏହାପରେ ଗ୍ୱାଲିୟର ଏବଂ ଶୋପୁର ଜିଲ୍ଲାର ଜଳ ଜୀବନ ମିଶନ ଅଧିନରେ ୧,୫୩୦ କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହି ପ୍ରକଳ୍ପ ହେବା ପରେ ସ୍ଥାନୀୟ ଅଞ୍ଚଳର ୭୨୦ରୁ ଅଧିକ ଗାଁର ଲୋକେ ଉପକୃତ ହେବେ । ପରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ୯ଟି ସ୍ୱାସ୍ଥ୍ୟ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ଗତ ଦୁଇମାସ ମଧ୍ୟରେ ଚତୁର୍ଥ ଥର ପାଇଁ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ ମୋଦି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook