Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆମେରିକା ଯିବେ ପ୍ରଧାନମନ୍ତ୍ରୀ ମୋଦି

    Share on :
    ajab-Image
    Date: Feb 5, 2025    Views: 3766

    ନୂଆଦିଲ୍ଲୀ:  ଟ୍ରମ୍ପଙ୍କ ଉଗ୍ର ବାଣିଜ୍ୟ ନୀତି ପାଇଁ ଏବେ ସାରା ବିଶ୍ବରେ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଭେଟିବାକୁ ଯାଉଛନ୍ତି । ଚଳିତମାସ ୧୨ ତାରିଖରେ ଦୁଇଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ୧୩ ତାରିଖରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ । ଟ୍ରମ୍ପ ଦ୍ବିତୀୟ ଥର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ଓ ଟ୍ରମ୍ପଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତକାର ହେବାକୁ ଯାଉଛି । ଏଥିରେ ଦୁଇ ଦେଶର ମିଳିତ ପ୍ରସଙ୍ଗ ସହ ବୈଶ୍ବିକ ପ୍ରସଙ୍ଗରେ ମଧ୍ୟ ଉଭୟ ନେତା ଆଲୋଚନା କରିବେ । ୧୦ ଓ ୧୧ ତାରିଖରେ ପ୍ୟାରିସରେ ଦୁଇଦିନିଆ କାର୍ୟ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ସେଠାରୁ ଆମେରିକା ଅଭିମୁଖେ ଯାତ୍ରା କରିବେ ।
    ସରକାରୀ ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ୧୨ ତାରିଖ ସଂଧ୍ୟାରେ ଆମେରିକା ରାଜଧାନୀ ଓ୍ବାଶିଂଟନ-ଡିସି ବିମାନ ବନ୍ଦରରେ ଅବତରଣ କରିବେ । ଏହା ପରଦିନ (୧୩ ତାରିଖ)ରେ ସେ ହ୍ବାଇଟ୍‌ ହାଉସରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ସାକ୍ଷାତ କରିବେ । ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଓ ଟ୍ରମ୍ପ ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ହେବା ପରେ, ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏହା ପ୍ରଥମ ଦ୍ବିପାକ୍ଷିକ ଆଲୋଚନା ହେବାକୁ ଯାଉଛି । ରାଷ୍ଟ୍ରପତି ଟ୍ରମ୍ପଙ୍କ ଇମିଗ୍ରେସନ୍‌ ଓ ଟାରିଫ ପଲିସିକୁ ନେଇ ସାରା ବିଶ୍ବରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ବିଚାର କରାଯାଉଛି ।

     

    Maximum 500 characters

    ଦେଶ ବିଦେଶ View all

    Find Us on Facebook