Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏଆଇ ଭିଡିଓ ହଟାଇବାକୁ ନିର୍ଦ୍ଦେଶ

    Share on :
    ajab-Image
    Date: Sep 17, 2025    Views: 3075

    ନୂଆଦିଲ୍ଲୀ: କଂଗ୍ରେସ ଦ୍ୱାରା ସେୟାର କରାଯାଇଥିବା ପ୍ରଧାନମନ୍ତ୍ରୀ ମୋଦୀ ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ କଂଗ୍ରେସ ଉପରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ପି.ବି. ବଜନ୍ତରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ସ୍ୱର୍ଗତ ମାତା ହୀରାବେନ ମୋଦୀଙ୍କୁ ଅପମାନିତ କରୁଥିବା ଭିଡିଓକୁ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ତୁରନ୍ତ ହଟାଯାଉ ।ସେପ୍ଟେମ୍ବର ୧୦ ତାରିଖରେ ବିହାର କଂଗ୍ରେସର ଅଫିସିଆଲ୍ X ହ୍ୟାଣ୍ଡେଲରେ ଏକ ପୋଷ୍ଟ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱପ୍ନରେ ତାଙ୍କ ମାଆଙ୍କ AI ଆଧାରିତ ଭିଡିଓ ଚିତ୍ରଣ କରାଯାଇଥିଲା  ।ଏହି ଭିଡିଓରେ, ସ୍ୱର୍ଗତ ହୀରାବେନ ମୋଦୀଙ୍କ ଚରିତ୍ର ରାଜନୈତିକ ଲାଭ ପାଇଁ ତାଙ୍କ ପୁଅକୁ ତାଙ୍କ ନାମର ଅପବ୍ୟବହାର କରିବା ପାଇଁ ଭର୍ତ୍ସନା କରୁଥିବାର ଦେଖାଯାଇଥିଲା । ଯାହା ପରେ ବିଜେପି ଏହାକୁ ଘୃଣ୍ୟ ଏବଂ ମାଆଙ୍କ ପ୍ରତି ଅପମାନ ବୋଲି କହିଥିଲା ଏବଂ ଭିଡିଓ ବିରୁଦ୍ଧରେ ପାଟନା ହାଇକୋର୍ଟର ଦ୍ୱାରସ୍ଥ ମଧ୍ୟ ହୋଇଥିଲା ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook