Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ପ୍ରଶ୍ନପତ୍ର ମାମଲାରେ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Jul 23, 2026    Views: 2783

    ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୃଢ଼ ଭାବେ କହିଛନ୍ତି ।ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଶ୍ନପତ୍ର ପ୍ରଘଟ ଘଟଣାଗୁଡ଼ିକରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଶୀଘ୍ର ଏବଂ କଠୋର ଦଣ୍ଡ ଦେବା ପାଇଁ ସରକାର ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ  ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ଅଧିକାରୀ ଏବଂ ବିଭାଗଗୁଡ଼ିକୁ ସେ ନିର୍ଦ୍ଦେଶ ଜାରି କରିଥିବା ଶ୍ରୀ ମୋଦୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।ଏକ କଡ଼ା ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ଦେଶର ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକଙ୍କ ବିରୁଦ୍ଧରେ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ସେମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ ।

    ପ୍ରଧାନମନ୍ତ୍ରୀ ଏକ୍ସରେ ଗୋଟିଏ ପୋଷ୍ଟ ମାଧ୍ୟମରେ ସୂଚନା ଦେଇ କହିଛନ୍ତି: ‘‘ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ।ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୋଷୀମାନଙ୍କ ବିରୋଧରେ ତୁରନ୍ତ ଦଣ୍ଡାଦେଶ ଲାଗି, ମାମଲାଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ଫାଷ୍ଟ ଟ୍ରାକ୍ ଅଦାଲତ ଗଠନ କରାଯିବ । ଏ ସମ୍ପର୍କରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ।’’

    Maximum 500 characters

    ଦେଶ ବିଦେଶ View all

    Find Us on Facebook