Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ: ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jul 1, 2024    Views: 3139

    ଭୁବନେଶ଼୍ବର: ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।  ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।  
    ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ଼୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି ସେ କହିଛନ୍ତି । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ଼୍ବ ମିଳିଛି ବୋଲି ସେ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ସମ଼୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଏଥିସହିତ ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook