Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ଜୁଲାଇ ୩ ଯାଏ ସକ୍ରିୟ ରହିବ ନାହିଁ ମୌସୁମୀ

    Share on :
    ajab-Image
    Date: Jun 28, 2023    Views: 3995

    ଭୁବନେଶ୍ବର: ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୬ ଦିନ ଅର୍ଥାତ ୩ ଜୁଲାଇ ଯାଏ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ରାଜ୍ୟରେ ଲଘୁଚାପ ପ୍ରଭାବରେ ଆଜି ଯାଏ ଭଲ ବର୍ଷା ହୋଇଥିଲା। ପାଣିପାଗ ବିଭାଗ ସୂଚନା ଅନୁସାରେ, ମୌସୁମୀ ବାୟୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଓ ଉତ୍ତର ଭାରତରେ ପ୍ରବଳ ବର୍ଷା କରାଇବ। ଓଡ଼ିଶାରେ ବିଶେଷ ବର୍ଷା ହେବ ନାହିଁ। କାରଣ ଜୁଲାଇ ୩ ତାରିଖ ଯାଏ ରାଜ୍ୟରେ ମୌସୁମୀ ସକ୍ରିୟ ରହିବ ନାହିଁ। ଜୁଲାଇ ଦ୍ବିତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

    Maximum 500 characters

    ଘରକରଣ View all

    Find Us on Facebook