ମୁଖ୍ୟ ଖବର
ଭୁବନେଶ୍ବର : ମେ’ ୨୭ ତାରିଖରେ କେରଳ ଛୁଇଁବ ମୌସୁମୀ ! ଏଥର ଦେଶକୁ ଶୀଘ୍ର ମୌସୁମୀ ଛୁଇଁବା ସମ୍ଭାବନା ରହିଛି । ମେ'୨୭ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ସମ୍ଭାବନା ରହିଛି । ମଡେଲଜନିତ ତ୍ରୁଟି ପାଇଁ ୪ ଦିନ ଆଗପଛ ହୋଇପାରେ । ଏ ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ‘ଏକ୍ସ’ ଜରିଆରେ ସୂଚନା ପ୍ରଦାନ କରିଛନ୍ତି ।
ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଲେଖିଛନ୍ତି, ଏଥର ସଅଳ ମୌସୁମୀ । ୨୭ ମେ’ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡକୁ କେରଳ ନିକଟରେ ଛୁଇଁବା ସମ୍ଭାବନା ।
ତେବେ ୨୦୨୪ ମସିହାରେ ମେ’ ୩୦ ତାରିଖରେ କେରଳ ଛୁଇଁଥିବା ବେଳେ ୨୦୨୩ ମସିହାରେ ଜୁନ୍ ୮ ତାରିଖ, ୨୦୨୨ ମସିହାରେ ମେ’ ୨୯ ତାରିଖ, ୨୦୨୧ ମସିହାରେ ଜୁନ୍ ୩ ତାରିଖ, ୨୦୨୦ ମସିହାରେ ଜୁନ୍ ୧ ତାରିଖରେ କେରଳ ଛୁଇଁଥିଲା ।
Comments ସମସ୍ତ ମତାମତ