Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୦ ଜିଲାରୁ ଫେରିଗଲା ମୌସୁମୀ

    Share on :
    ajab-Image
    Date: Oct 14, 2026    Views: 3933

    ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

    ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ବିଦାୟ ନେଇଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝରର ଜିଲାର ଅଧିକାଂଶ ଅଞ୍ଚଳରୁ ମୌସୁମୀ ବିଦାୟ ନେବାରେ ଲାଗିଛି।

    ଏପରିକି ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ ଜିଲାର କିଛି ଅଞ୍ଚଳରୁ ମୌସୁମୀ ଫେରି ଯାଇଥିବା ବେଳେ ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେଇଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦେଶର ଅବଶିଷ୍ଟ ଅଞ୍ଚଳରୁ ମୌସୁମୀ ଫେରିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook