Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

    Share on :
    ajab-Image
    Date: Aug 17, 2026    Views: 3385

    ମାଲକାନଗିରି : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ କାଞ୍ଚଲୱାଡା ଗ୍ରାମରେ ପାରିବାରିକ କଳହରୁ ହତ୍ୟା ହୋଇଛି। ସ୍ୱାମୀ ବୁଦୁରା ମାଢିଙ୍କ ଟାଙ୍ଗିଆ ଆକ୍ରମଣରେ ସ୍ତ୍ରୀ ଦେବେ ମାଢିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମାଲକାନଗିରି ଆଦର୍ଶ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

    ସୂଚନାନୁଯାୟୀ, ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ କାଞ୍ଚଲୱାଡା ଗ୍ରାମର ବୁଦୁରା ମାଢି ଓ ତାଙ୍କ ସ୍ତ୍ରୀ ଦେବେ ମାଢିଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ବୁଦୁରା ଦେବେ ମାଢିଙ୍କୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଦେବେ ମାଢିଙ୍କ ମୃତ୍ୟୁ ହୋଇଥିଲା। ଘଟଣା ସମ୍ପର୍କରେ ଜାଣିବା ପରେ ଦେବେ ମାଢିଙ୍କ ଭାଇ ଦେବା ମାଡକାମି ପୁଲିସକୁ ଖବର ଦେଇଥିଲେ। ମାଲକାନଗିରି ଆଦର୍ଶ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତ ସ୍ୱାମୀ ବୁଦୁରାଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରାଯାଇ କୋର୍ଟ ଚାଲାଣ କରାଯାଇଛି । ପାରିବାରିକ ବିବାଦକୁ ନେଇ ସ୍ତ୍ରୀକୁ ଟାଙ୍ଗିଆରେ ଚୋଟ ପକାଇଥିବା ବୁଦୁରା ସ୍ଵୀକାର କରିଛନ୍ତି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook