Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    Share on :
    ajab-Image
    Date: Aug 6, 2026    Views: 2978


    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ ।  ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି ବୋଲି ପୋଲିସ କହିଛି । ଗତକାଲି ରାତିରେ ମଦନପୁର ରାମପୁର ଥାନା ଡମ୍ କର୍ଲାଖୁଣ୍ଟା ଗାଁର ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରିଥିଲେ ଦୁର୍ବୃତ୍ତ । ଫକୀର ସ୍ଥାନୀୟ ସରପଞ୍ଚ ସ୍ନିଗଧା ରଣାଙ୍କ ସ୍ବାମୀ ।

    ଗତକାଲି ରାତିରେ ପଞ୍ଚାୟତ ଅଫିସ କାର୍ଯ୍ୟାଳୟ ଆଗରେ ଅଜଣା ଦୁର୍ବୃତ୍ତ ତାଙ୍କୁ ଛୁରୀ ଭୁସି ଫେରାର୍ ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ  ଫକୀରଙ୍କୁ ମଦନପୁର ରାମପୁର ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook