Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ

    Share on :
    ajab-Image
    Date: Apr 25, 2026    Views: 2679

    ବଲାଙ୍ଗୀର: ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏବଂ ନରସିଂହଙ୍କ ମଧ୍ୟରେ ଏକ ରୁଦ୍ଧଦ୍ୱାର ଆଲୋଚନା ହୋଇଥିଲା।

    ମିଳିଥିବା ସୂଚନା ମୁତାବକ, ନରସିଂହ ସ୍ଥାନୀୟ ସର୍କିଟ ହାଉସକୁ ଆସି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ସୂଚନା ମଳିଛି। ଏପରିକି ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଫେରିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ନରସିଂହଙ୍କ ଆଲୋଚନା ଏବେ ଚର୍ଚ୍ଚାର ବିଷୟ ହୋଇଛି।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook