Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବାହାନଗାରେ ପ୍ରଧାନମନ୍ତ୍ରୀ

    Share on :
    ajab-Image
    Date: Jun 3, 2023    Views: 2725

    ସୋର : ବାଲେଶ୍ୱର ବାହାନଗା ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ବାୟୁସେନା ହେଲିକପ୍ଟରରେ ମାଧ୍ୟମରେ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି ପ୍ରଧାନମନ୍ତ୍ରୀ । ତାଙ୍କ ସହିତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ଅଛନ୍ତି । ଏହାପରେ ବାଲେଶ୍ୱର ହସ୍ପିଟାଲକୁ ଯାଇ ଆହତଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପରେ କଟକ ଏସସିବି ମେଡିକାଲକୁ ଯାଇ ପାରନ୍ତି । 

    ସୂଚନାନୁଯାୟୀ, ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏ ପର୍ୟ୍ୟନ୍ତ ୨୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି  । ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି  । ଏହାସହ ଗୁରୁତର ଆହତମାନଙ୍କୁ ବାଲେଶ୍ୱର, ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସଙ୍କଟାପନ୍ନ ସ୍ଥିତିରେ ଥିବା ଆହତଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି  । ମୃତାହତଙ୍କୁ ଉଦ୍ଧାର କରାଯିବା ଅଭିଯାନ ଶେଷ ହୋଇଛି ଏବଂ ଘଟଣାସ୍ଥଳରେ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଛି ।
    ରେଳବାଇ ଦେଇଥିବା ସଦ୍ୟତମ ସୂଚନା ଅନୁସାରେ, ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୧ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରିପୋର୍ଟ କରାଯାଇଛି । ଆହତ ଯାତ୍ରୀମାନଙ୍କୁ ଗୋପାଳପୁର, ଖନ୍ତାପଡା, ବାଲେଶ୍ୱର, ଭଦ୍ରକ ଓ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଟ୍ରେନ୍‌ ଦୁର୍ଘଟଣା ପରର ସ୍ଥିତି ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସିଛନ୍ତି । 

    Maximum 500 characters

    ତାଜା ଖବର View all

    Find Us on Facebook