Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀ କିଣିଲେ ବାରବାଟୀ ଟି-୨୦ ପ୍ରଥମ ଟିକଟ

    Share on :
    ajab-Image
    Date: Jun 7, 2022    Views: 3509

    ଭୁବନେଶ୍ୱର  : ଆସନ୍ତା ୧୨ ତାରିଖରେ କଟକ ବାରବାଟୀରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଥମ ଟିକଟ କିଣିଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ)ର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଟିକଟ ପ୍ରଦାନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ. ପାଣ୍ଡିଆନଙ୍କ ସହିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଆଞ୍ଚଳିକ ମୁଖ୍ୟ ଦୀପକ ସିଂହ ଓ ଉପସଭାପତି ଅନିମେଷ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଓସିଏର ସମ୍ପାଦକ ଶ୍ରୀ ବେହେରା ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ଲାଗି ପ୍ରସ୍ତୁତି ଓ ଟିକଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

    Maximum 500 characters

    ଖେଳ ଖବର View all

    Find Us on Facebook