Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ହଇଜା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନବୀନ

    Share on :
    ajab-Image
    Date: Jun 15, 2025    Views: 3399

    ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳର ନେତା ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।ନବୀନ ‘ଏକ୍ସ’ରେ ଲେଖିଛନ୍ତି ହଇଜା ଲୋକଙ୍କ ଜୀବନକୁ ସଙ୍କଟରେ ପକାଇଲାଣି। ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳିନଥିଲା ତାହା ଏବେ ବିଭିନ୍ନ ଜିଲ୍ଲାର ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଥିବା ବେଳେ ଅନ୍ୟ ଜିଲ୍ଲାକୁ ମଧ୍ୟ ଏହା ବ୍ୟାପିବାକୁ ଲାଗିଲାଣି।
    ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ହରାଇବା ମୋତେ ବ୍ୟଥିତ କରିଛି। ସେମାନଙ୍କ ପରିବାରବର୍ଗ ଓ ଆତ୍ମୀୟସ୍ଵଜନଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଓଡ଼ିଶାରେ ହଇଜା ବ୍ୟାପୁଥିବା ବେଳେ ରାଜ୍ୟ ସରକାର ଏହାକୁ ହାଲକା ଭାବେ ନେବା ସମସ୍ତଙ୍କୁ ବେଶ୍ ଚକିତ ଓ ବିଚଳିତ କରୁଛି। ଲୋକଙ୍କ ଜୀବନକୁ ଆଉ ବିପଦକୁ ନ ଠେଲି ସରକାର ସଜାଗ ହୁଅନ୍ତୁ, ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ।

    Maximum 500 characters

    ରାଜନୀତି View all

    Find Us on Facebook