ମୁଖ୍ୟ ଖବର
ଭୁବନେଶ୍ୱର: ବିଜେଡି ଅଛି ଓ ରହିବ । ଦଳର ପ୍ରତିଷ୍ଠା ଦିବସରେ ଏଭଳି କହି ନବୀନ ପଟ୍ଟନାୟକ ଅପପ୍ରଚାରକାରୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି । ସେ କହିଛନ୍ତି ଯେ କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି । ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି । କିନ୍ତୁ ବିଜେଡି ଅଛି ଓ ରହିବ । ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ୱର ହୋଇ ରହିବ । ବିଜେଡି ଗୋଟିଏ କିମ୍ବା ଦୁଇ ନେତା ଥିବା ଦଳ ନୁହେଁ ବୋଲି ନବୀନ କହିଛନ୍ତି ।
ଏହାଛଡ଼ା ନବୀନ କହିଛନ୍ତି ଯେ ବିଜେଡି ଓଡ଼ିଶାବାସୀଙ୍କ ଭାବାବେଗ ଓ ଗର୍ବ । ବିଜୁ ବାବୁଙ୍କ ଆଦର୍ଶରେ ବିଜେଡି ଓଡ଼ିଶାବାସୀଙ୍କ ସେବା କରିବ ।ଏହି ଅବସରରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଲୋକଙ୍କ ସ୍ୱର ହୋଇ ବିଜୁ ଜନତା ଦଳ ଓଡ଼ିଶାର ବଳ ସାଜିବାକୁ ଆହ୍ବାନ ଦେଇଛନ୍ତି । ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ୱାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ଆହ୍ବାନ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
Comments ସମସ୍ତ ମତାମତ