Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ମହିଳା ସରପଞ୍ଚଙ୍କ ଉପରେ ହେଉଥିବା ଦମନଲୀଳାର ସାକ୍ଷୀ ରହୁଛି ଓଡ଼ିଶା: ନବୀନ

    Share on :
    ajab-Image
    Date: Jun 15, 2026    Views: 2164

    ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । ତାଙ୍କ ଉପରେ ହୋଇଥିବା ଅତ୍ୟାଚାର ହେବା ସହ ପୁଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଥିବାବେଳେ ଏହାକୁ ନେଇ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି । ସେପଟେ ଏହି ଘଟଣାକୁ ନିନ୍ଦା କରିବା ସହ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
    ନବୀନ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି କି, ଲୋକଙ୍କ ସ୍ୱର ଉଠାଇ ବିଜେପି ସରକାରରେ ଜଣେ ମହିଳା ସରପଞ୍ଚଙ୍କ ଉପରେ ହେଉଥିବା ଦମନଲୀଳାର ସାକ୍ଷୀ ରହୁଛି ଓଡ଼ିଶା । ମହାକାଳପଡ଼ା, ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ଉପରେ ସର୍ବସମ୍ମୁଖରେ ସରକାରୀ କାର୍ଯ୍ୟାଳୟ ଭିତରେ ହୋଇଥିବା ଅକଥନୀୟ ଅତ୍ୟାଚାର ଗଣତନ୍ତ୍ର ରାଷ୍ଟ୍ରରେ କଦାପି ଶୋଭନୀୟ ନୁହେଁ। ମହିଳା ସରପଞ୍ଚଙ୍କ ସ୍ୱର ଚାପିବା ପାଇଁ ବିଜେପି ସରକାର ସବୁ ସ୍ତରରେ କରୁଥିବା ହୀନ ଉଦ୍ୟମ ଜଳଜଳ ଦେଖାଯାଉଛି।

    'ନାରୀ ଶକ୍ତି ବନ୍ଦନ' କହି ବଡ଼ ବଡ଼ କଥା କହୁଥିବା ବିଜେପିର ବାସ୍ତବରେ ଏହା କ'ଣ ନାରୀଙ୍କୁ ସମ୍ମାନ? ବିଜେପି ସରକାରରେ ଜଣେ ମହିଳା ସରପଞ୍ଚ ନିଜ ପଞ୍ଚାୟତର ଦାବି ଉଠାଇ ଯଦି ଏପରି ସ୍ଥିତିର ସାମ୍ନା କରୁଛି ତେବେ ରାଜ୍ୟରେ ଅଗଣିତ ମହିଳାଙ୍କ ସ୍ଥିତି କ'ଣ ତାହା ସ୍ପଷ୍ଟ ଅନୁମେୟ। ବିଜେପି ନେତାମାନେ ବାରମ୍ବାର ସରକାରୀ କାର୍ଯ୍ୟାଳୟରେ ପଶି ଘଟାଇଥିବା ଅଭାବନୀୟ କାଣ୍ଡ ସାରା ଓଡ଼ିଶା ଦେଖିଛି। ସେମାନଙ୍କ ଉପରେ କ'ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି? ବିଜେପି ଶାସନରେ ଆଇନ କ'ଣ ଅଲଗା ଅଲଗା?

    ଏହାସହ ନବୀନ ଲେଖିଛନ୍ତି କି, ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୁରନ୍ତ ହସ୍ତକ୍ଷେପ କରି ଗଣତନ୍ତ୍ରର ଗରିମା ଓ ମହିଳାଙ୍କ ସ୍ୱାଭିମାନର ସୁରକ୍ଷା ସୁନିଶ୍ଚିତ କରନ୍ତୁ ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook