Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

    Share on :
    ajab-Image
    Date: May 17, 2021    Views: 9729

    24 ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ମିଳିବ ପ୍ରୋତ୍ସାହନ ।
    ପ୍ରତି ଗାଁ ରେ ଥିବା ଗାଁ କଲ୍ୟାଣ ସମିତି ସାମିଲ ହେବ କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମ ରେ  ।ଦିଆଯିବ ପ୍ରୋତ୍ସାହନ
    ଗାଁ ରେ ଲକ୍‌ଡାଉନ ଓ TMC  ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ
    କୋଭିଡରେ ମୃତକଙ୍କ ବିଧବା ଓ ବାପା ମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ, ପିଲାଙ୍କୁ ମାଗଣା ଶିକ୍ଷା
    ଅକ୍‌ସିଜେନ ଯୋଗାଣର ସୁପରିଚାଳନା ପାଇଁ ଗଠନ ହେବ ଟାସ୍କଫୋର୍ସ, ପ୍ରସ୍ତୁତ ହେବ ମାଷ୍ଟରପ୍ଲାନ
     
    ଭୁବନେଶ୍ବର : ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ  ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।
    ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ  ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ ।
    ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, refilling ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ   ସ୍ବତନ୍ତ୍ର ଦୃଷ୍ଟି  ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
     
    କୋଭିଡ ପରିଚାଳନାରେ ଗୋଷ୍ଠୀକୁ (community) ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ANM, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ । 
    ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।   ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ  ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇ ଥିଲେ 
     
    ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇ ସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ TMC ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ  TMC ଆରମ୍ଭ କରି ସାରିଛନ୍ତି।
     
    କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ  ବିୟୋଗ  ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର  ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ ।  କୋଭିଡ ମୃତକଙ୍କ ପରିବାରର ବିଧବା ଓ  ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook