Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଡାକ୍ତର ନିଯୁକ୍ତି ନେଇ ଆସିଲା ବଡ ଖବର, ଜାଣନ୍ତୁ କ’ଣ

    Share on :
    ajab-Image
    Date: Nov 25, 2021    Views: 3213

    ଭୁବନେଶ୍ବର: ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ ପବ୍ଲିକ୍‌ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।
     
    ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ ।
    ଓ.ପି.ଏସ୍‌.ସି ଦ୍ବାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ । ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।
     
    ଏହିଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook