Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା, ଉପକୃତ ହେବେ ମାଲକାନଗିରିର ଗରିବ, ଆଦିବାସୀ ଲୋକ

    Share on :
    ajab-Image
    Date: Jun 2, 2023    Views: 3693

    ଭୁବନେଶ୍ୱର: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center) ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ, ଆଦିବାସୀମାନଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି । 

    ସୂଚନାଯୋଗ୍ୟ ଯେ, ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ ମସିହାରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି । ବିଶାଖାପାଟଣା ମାଲକାନଗିରି ଜିଲ୍ଲାର ଅତି ନିକଟରେ ଥିବାରୁ ଏବଂ ସେଠାରେ ଉଚ୍ଚ କୋଟୀର ଚିକିତ୍ସା ସୁବିଧା ମିଳୁଥିବାରୁ ଜିଲ୍ଲାରୁ ଅଧିକାଂଶ ରୋଗୀ ଚିକିତ୍ସା ପାଇଁ ସେଠାକୁ ଯାଇଥାନ୍ତି । ରୋଗୀ ସହାୟତା କେନ୍ଦ୍ରରେ ସେମାନଙ୍କୁ ବିନା ମୂଲ୍ୟରେ ରହିବା ଓ ଖାଇବାର ସୁବିଧା ମିଳିପାରୁଛି । ୨୦୧୬ ରୁ ୨୦୨୨ ମଧ୍ୟରେ ରାଜ୍ୟ ସରକାର ଏହି ସହାୟତା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ  ୫୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ୨୦୧୬ରେ ୨୫ ଲକ୍ଷ ଟଙ୍କା ଏବଂ ୨୦୨୦, ୨୦୨୧ ଓ ୨୦୨୨ ରେ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook