Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଆଜି ଦୁଇଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jan 10, 2022    Views: 3634

    ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାର ଇବ୍ ନଦୀରେ ନିର୍ମାଣ ହେବ ୨ଟି ବ୍ୟାରେଜ । ଆଜି ଦିନ ୧୧ଟାରେ ଭିସି ଜରିଆରେ ଦୁଇଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟ ୪୯୩ କୋଟି ଟଙ୍କାରେ ନିର୍ମାଣ ହେବ ୨ଟି ବ୍ୟାରେଜ୍ । ସୁନ୍ଦରଗଡ଼ ସଦର ବ୍ଲକର କୋପସିଙ୍ଗା ଏବଂ କୁଡ଼ାବଗାଠାରେ ୨ଟି ବ୍ୟାରେଜ୍ ପାଇଁ ଅଜି ଶିଳାନ୍ୟସ କରିବେ ମୁଖ୍ୟମନ୍ତ୍ରୀ ।

    କୋପସିଙ୍ଗା ବ୍ୟାରେଜ୍ ନିର୍ମାଣ ପାଇଁ ୨୪୮ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କୁଡାବଗା ବ୍ୟାରେଜ୍ ପାଇଁ ୨୪୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ୨ଟି ବ୍ୟାରେଜ୍ ନିର୍ମାଣ ହେଲେ ୧ ହଜାର ୨୧୬ ଏକର ଜମି ଜଳ ସେଚିତ ହେବା ସହ ମାଛ ଚାଷ ହୋଇପାରିବ । ଏହାସହ ଖରାଦିନେ ପାଣି ସମସ୍ୟା ଦୁର ହେବ । ସୁନ୍ଦରଗଡ଼ ସଦର ବ୍ଲକ, ଟାଙ୍ଗରପାଲି ବ୍ଲକ, ଲେଫ୍ରିପଡ଼ା ବ୍ଲକ, ବାଲିଶଙ୍କରା ସବଡେଗା ସହ ସୁନ୍ଦରଗଡ଼ ପୌରାଞ୍ଚଳବାସୀ ଏହି ବ୍ୟାରେଜ ଦ୍ୱାରା ଉପକୃତ ହେବେ ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook