Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jun 22, 2022    Views: 3563

    ଭୁବନେଶ୍ୱର: ଦୌପଦୀ ମୁର୍ମୁ ପ୍ରାର୍ଥୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସୁଭେଚ୍ଛା ଜଣାଇଛନ୍ତି ।  ଏହା ଓଡ଼ିଶା ପାଇଁ ଏକ ଗର୍ବର ବିଷୟ । ଶ୍ରୀମତୀ ମୁର୍ମୁ ମହିଳା ଶସକ୍ତିକରଣ କ୍ଷେତ୍ରରେ ଦେଶ ପାଇଁ ଏକ ଉଦାହରଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ମୁଖ୍ୟମନ୍ତ୍ରୀ ଏହି ଟୁଇଟରୁ ସ୍ପଷ୍ଟ ହୋଇଯାଉଛି ଯେ ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବେ । ଆଉ ଓଡ଼ିଶାରୁ ପ୍ରଥମ ଥର ପାଇଁ ଜଣେ ରାଷ୍ଟ୍ରପତି ହେବେ । ମୁଖ୍ୟମନ୍ତ୍ରୀଙ୍କ ଟୁଇଟ ପରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦ୍ରୌପଦୀ ମୁର୍ମୁ ।

    ୨୦୧୫ ମସିହାରେ ଦ୍ରୌପଦୀ ଝାଡ଼ଖଣ୍ଡର ରାଜ୍ୟପାଳ ହୋଇଥିଲେ । ଓଡ଼ିଶାର ସାନ୍ତାଳ ଆଦିବାସୀ ସଂପ୍ରଦାୟର ଦ୍ରୌପଦୀ ଜଣେ ଶିକ୍ଷୟିତ୍ରୀ ଭାବେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ । ବିଜେପି ଆଦିବାସୀ ମୋର୍ଚ୍ଚା ଉପସଭାପତି ପଦ ସମ୍ଭାଳିବା ପରେ ୨୦୦୦ ଏବଂ ୨୦୦୯ ମସିହାରେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନସଭାକୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶାରେ ବିଜେପି ଓ ବିଜେଡି ମେଣ୍ଟ ସରକାର ସମୟରେ ସେ ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ପରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ହୋଇଥିଲେ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook