Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

    Share on :
    ajab-Image
    Date: Mar 22, 2023    Views: 3910

    ଭୁବନେଶ୍ୱର :   ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।  ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
         
    ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook