Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା

    Share on :
    ajab-Image
    Date: Mar 23, 2023    Views: 3938

    ଭୁବନେଶ୍ୱର:  ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣା  । ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।  ସେହିପରି ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା ହୋଇଛି  । ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି  ।

    ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି  ।ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook