Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ବରିଷ୍ଠ ନାଗରିକମାନେ ଅମୂଲ୍ୟ ସମ୍ପଦ : ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Oct 2, 2023    Views: 2719

    ଭୁବନେଶ୍ୱର : ବରିଷ୍ଠ ନାଗରିକମାନଙ୍କୁ ସମାଜର ଅମୂଲ୍ୟ ସଂପଦ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।  ଏହି ଅବସରରେ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ସମାବେଶରେ ମୁଖ୍ୟ ଅତିଥି ଭାବେ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ବରିଷ୍ଠ ନାଗରିକମାନଙ୍କ ପାଖରେ ଅଭିଜ୍ଞତା ଓ ସମସ୍ୟାର ସମାଧାନ ରହିଛି । ସେମାନଙ୍କଠାରୁ ଆମକୁ ବହୁତ କିଛି ଶିଖିବାର ଅଛି ।

    ବରିଷ୍ଠ ନାଗରିକମାନଙ୍କ କଲ୍ୟାଣ ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ୟ୍ୟ କରୁଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ନିକଟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଆଉ ଚାରିଲକ୍ଷ ଅଧିକ ହିତାଧିକାରୀମାନଙ୍କୁ ସାମିଲ କରାଯାଇଛି । ସେମାନଙ୍କ ପାଇଁ ଜରାଶ୍ରମ ସହ ବିଭିନ୍ନ ହସ୍‌ପିଟାଲ୍‌ରେ ଜେରିଆଟ୍ରିକ୍‌ ସେଣ୍ଟର, ଫିଜିଓଥେରାପି ସେଣ୍ଟର ପରି ଅନେକ ସୁବିଧା କରାଯାଇଛି । ସେମାନଙ୍କ ପାଇଁ ତୀର୍ଥଯାତ୍ରାର ବ୍ୟବସ୍ଥା ମଧ୍ୟ କରାଯାଇଛି । ସମସ୍ତେ ମିଶି ଆମର ବରିଷ୍ଠ ନାଗରିକମାନଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook