Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ

    Share on :
    ajab-Image
    Date: Feb 19, 2024    Views: 3316

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ ।‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।
    ୨୦୦୦ରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରେ ଥିବା ନବୀନ ଲୋକପ୍ରିୟତାରେ ୫୨.୭% ରେଟିଂ ପାଇଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ରହିଥିବା ନବୀନ ଦେଶର ଶ୍ରେଷ୍ଠ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜ ସ୍ଥାନକୁ ବଜାୟ ରଖିଛନ୍ତି । ୟୁପି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ସର୍ଭେ ରେଟିଂରେ ମିଳିଛି ୫୧.୩ ପ୍ରତିଶତ ଏବଂ ହିମନ୍ତଙ୍କୁ ସର୍ଭେରେ ୪୮.୬% ରେଟିଂ ମିଳିଛି। କିଏ ଦେଶର ସବୁଠାରୁ ଜନପ୍ରିୟ ମୁଖ୍ୟମନ୍ତ୍ରୀ ? ଜାତୀୟସ୍ତରରେ ଏ ସର୍ଭେରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ୪୨.୬% ପାଇ ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ ୪୧.୪% ପାଇ ୫ମ ସ୍ଥାନରେ ରହିଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook