Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନବୀନଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଦିତ୍ୟ ମହାପାତ୍ର

    Share on :
    ajab-Image
    Date: Jul 3, 2024    Views: 2789

    ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ବରିଷ୍ଠ ଓଏଏସ୍ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି ।  ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଶ୍ରୀ ମହାପାତ୍ର ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ କାର୍ୟ୍ୟ କରୁଥିଲେ । ଏବେ ସରକାର ପରିବର୍ତ୍ତନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲିଖିତ ଅନୁରୋଧ ପରେ ଶ୍ରୀ ମହାପାତ୍ରଙ୍କୁ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସରକାର ପରିବର୍ତ୍ତନ ହେବାପରେ ଶ୍ରୀ ମହାପାତ୍ରଙ୍କୁ ସଂସଦୀୟ ବ୍ୟାପାର ବିଭାଗକୁ ବଦଳି କରାଯାଇଥିଲା ଓ ଏବେ ତାଙ୍କୁ ଏହି ନୂଆ ନିଯୁକ୍ତି ମିଳିଛି । ବିଜେଡି ସରକାର ସମୟରେ ଶ୍ରୀ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଥିଲେ ମଧ୍ୟ ଅଣଆନୁଷ୍ଠାନିକ ଭାବେ ବିଜେଡିର ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ ।

    Maximum 500 characters

    ରାଜନୀତି View all

    Find Us on Facebook