ମୁଖ୍ୟ ଖବର
ଭୁବନେଶ୍ୱର: ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ତେବେ ସତକୁ ସତ ନବୀନ ସରକାର ଆୟୋଜନ କରିଥିବା ବିଜୁବାବୁଙ୍କ ଜନ୍ମ ଉତ୍ସବରେ ଯୋଗ ଦେଇନାହାନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇ ଯୋଗ ଦେଇଥିଲେ। ତେବେ ନବୀନ ବସିବା ପାଇଁ ରଖାଯାଇଥିବା ଚୌକିକୁ କାଢ଼ି ନିଆଯାଇଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଥିଲେ। ଏଥିରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଥିଲେ। ଚିଠିରେ ମୋହନ ଲେଖିଥିଲେ, ଆପଣଙ୍କୁ ମୋର ସାଦର ନମସ୍କାର। ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓ ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି । ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟାରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛ। ଏହି କାର୍ୟ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛ। ଆପଣଙ୍କର ଗରମାମୟ ଉପସ୍ଥିତି ଏହି କାର୍ୟ୍ୟକ୍ରମର ଶୋଭା ବର୍ଦ୍ଧନ କରିବ । ତେବେ ସବୁ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ନବୀନ ଏହି ଉତ୍ସବକୁ ଆସିନାହାନ୍ତି।
Comments ସମସ୍ତ ମତାମତ